ବଡ଼ଦିନରେ ବଡ଼ ଉପହାର; ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ସରକାରଙ୍କ ବଡ଼ ଘୋଷଣା । ୨୫ ଡିସେମ୍ବରରେ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଡିସେମ୍ବର ୬ ସୁଦ୍ଧା ଯୋଗ୍ୟ ଓ ଅଯୋଗ୍ୟ ତାଲିକା ଆସିବ । ବ୍ଲକ, ମହାନଗର ନିଗମ ସ୍ତରରେ ତାଲିକା ପ୍ରକାଶ ହେବ । ଏହାପରେ ଆଉ ୭ ଦିନ ଆପତ୍ତି ଗ୍ରହଣ କରାଯିବ । ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାୱାରୀ ଯାଞ୍ଚ ଆରମ୍ଭ ହୋଇଛି । ଯେଉଁ ସ୍ଥାନ ଗୁଡିକରେ କମ ପଞ୍ଚୀକରଣ ହୋଇଛି ସେହି ସ୍ଥାନକୁ ଫୋକସରେ ରଖିଛନ୍ତି ସରକାର । ଏହାଛଡ଼ା ଯେଉଁ ସବୁ ଜିଲ୍ଳାରେ ଅଧିକ ଆବେଦନ ଖାରଜ ହୋଇଛି, ସେଠାରେ ସିଡିପିଓଙ୍କ ତତ୍ତ୍ୱାବଧାନରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟା ସରିଛି । କିନ୍ତୁ ଆବେଦନ ଖାରଜ ହୋଇଥିବା ହିତାଧିକାରୀ ଅସନ୍ତୋଷ ପ୍ରକାଶ କରିବା ପରେ ସରକାର ସତର୍କ ହୋଇଛନ୍ତି । ଜିଲ୍ଲା ୱାରୀ ଯାଞ୍ଚ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । କମ ପଞ୍ଜୀକରଣ ଓ ଅଧିକ ଆବେଦନ ଅଗ୍ରାହ୍ୟ ହୋଇଥିବା ସ୍ଥାନକୁ ଗୁରୁତ୍ୱ ଦେଉଛି ବିଭାଗ ।

ବଡ଼ଦିନରେ ବଡ଼ ଉପହାର; ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ସରକାରଙ୍କ ବଡ଼ ଘୋଷଣା । ୨୫ ଡିସେମ୍ବରରେ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଡିସେମ୍ବର ୬ ସୁଦ୍ଧା ଯୋଗ୍ୟ ଓ ଅଯୋଗ୍ୟ ତାଲିକା ଆସିବ । ବ୍ଲକ, ମହାନଗର ନିଗମ ସ୍ତରରେ ତାଲିକା ପ୍ରକାଶ ହେବ । ଏହାପରେ ଆଉ ୭ ଦିନ ଆପତ୍ତି ଗ୍ରହଣ କରାଯିବ ।

ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାୱାରୀ ଯାଞ୍ଚ ଆରମ୍ଭ ହୋଇଛି । ଯେଉଁ ସ୍ଥାନ ଗୁଡିକରେ କମ ପଞ୍ଚୀକରଣ ହୋଇଛି ସେହି ସ୍ଥାନକୁ ଫୋକସରେ ରଖିଛନ୍ତି ସରକାର । ଏହାଛଡ଼ା ଯେଉଁ ସବୁ ଜିଲ୍ଳାରେ ଅଧିକ ଆବେଦନ ଖାରଜ ହୋଇଛି, ସେଠାରେ ସିଡିପିଓଙ୍କ ତତ୍ତ୍ୱାବଧାନରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି ।

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟା ସରିଛି । କିନ୍ତୁ ଆବେଦନ ଖାରଜ ହୋଇଥିବା ହିତାଧିକାରୀ ଅସନ୍ତୋଷ ପ୍ରକାଶ କରିବା ପରେ ସରକାର ସତର୍କ ହୋଇଛନ୍ତି । ଜିଲ୍ଲା ୱାରୀ ଯାଞ୍ଚ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । କମ ପଞ୍ଜୀକରଣ ଓ ଅଧିକ ଆବେଦନ ଅଗ୍ରାହ୍ୟ ହୋଇଥିବା ସ୍ଥାନକୁ ଗୁରୁତ୍ୱ ଦେଉଛି ବିଭାଗ ।