ବଢ଼ୁଛି ତାତି, କୁହୁଡି ନେଇ ୧୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ ତାତି ସହ ସହ ଅସ୍ୱାଭାବିକ ଗରମ ଅନୁଭୁତୁ ହେଉଛି। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ […]

ବଢ଼ୁଛି ତାତି, କୁହୁଡି ନେଇ ୧୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ ତାତି ସହ ସହ ଅସ୍ୱାଭାବିକ ଗରମ ଅନୁଭୁତୁ ହେଉଛି। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

କିଛି ସ୍ଥାନରେ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ବଢିବ । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ବଲାଙ୍ଗିର, ସୋନପୁର, ନୂଆପଡା ଭଳି ଜିଲ୍ଲାରେ ମେଘମୁକ୍ତ ଆକାଶ ରହିବା ସହ ୩୦ ରୁ ୩୪ ଡିଗ୍ରୀ ମଧ୍ୟରେ ତାପମାତ୍ରା ରେକର୍ଡ ହେବ । ସେହିଭଳି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ ।

ତାତି ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ପାଇଁ ୧୬ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଗଜତସିଂହପୁର, କେନ୍ଦୁଝର, ପୁରୀ, ଅନୁଗୁଳ, ଢେଙ୍କାନାଳ , ମୟୁରଭଞ୍ଜ ,ଗଜପତି କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।