ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ଗିରଫଦାରୀକୁ ବୈଧ କହିଲେ କୋର୍ଟ
ନୂଆଦିଲ୍ଲୀ,୯।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ବଡ଼ ଝଟକା। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କେଜ୍ରିଓ୍ବାଲଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏକ୍ସାଇଜ ପଲିସି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କ ଗିରଫଦାରୀକୁ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଗିରଫକୁ ବୈଧ ବୋଲି କହିଛନ୍ତି। କୋର୍ଟ କହିଛନ୍ତି, ଇଡି କେଜ୍ରିଓ୍ବାଲଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରଖିଛି। ଆମ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକଙ୍କ ଆବେଦନର ଶୁଣାଣି କରି ଜଷ୍ଟିସ […] The post ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ଗିରଫଦାରୀକୁ ବୈଧ କହିଲେ କୋର୍ଟ appeared first on Dharitri Odia News.
ନୂଆଦିଲ୍ଲୀ,୯।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ବଡ଼ ଝଟକା। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କେଜ୍ରିଓ୍ବାଲଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏକ୍ସାଇଜ ପଲିସି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କ ଗିରଫଦାରୀକୁ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଗିରଫକୁ ବୈଧ ବୋଲି କହିଛନ୍ତି। କୋର୍ଟ କହିଛନ୍ତି, ଇଡି କେଜ୍ରିଓ୍ବାଲଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରଖିଛି। ଆମ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକଙ୍କ ଆବେଦନର ଶୁଣାଣି କରି ଜଷ୍ଟିସ ସ୍ବର୍ଣ୍ଣା କାନ୍ତ ଶର୍ମା ଏହି ରାୟ ଶୁଣାଇଛନ୍ତି।
The post ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ଗିରଫଦାରୀକୁ ବୈଧ କହିଲେ କୋର୍ଟ appeared first on Dharitri Odia News.