ବଦଳିବ ପାଗ: ୧୪ରୁ ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୧୩।୩: ରାଜ୍ୟରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ […] The post ବଦଳିବ ପାଗ: ୧୪ରୁ ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୧୩।୩: ରାଜ୍ୟରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ
ସୂଚନା ଦିଆଯାଇଛି।
୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲାରେ ପାଗ ଶୁଖିଲା ରହିବ।
୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ସେହିପରି ୧୬ ତାରିଖ ସକାଳ ସାଢେ ୮ଟାରୁ ୧୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଏବଂ ୧୭ ତାରିଖ ସକାଳ ସାଢେ ୮ଟାରୁ ୧୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡା ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।
The post ବଦଳିବ ପାଗ: ୧୪ରୁ ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.