ବଦଳିଲା ଅନେକ ଟ୍ରେନ୍‌ର ଗତିପଥ

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଅନେକ ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। ଧଉଳି, ନୀଳାଚଳ, ପୁରୁଲିଆ ସୁପରଫାଷ୍ଟ ଏକ୍ସପ୍ରେସର ଗତିପଥ ବଦଳାଯାଇଥିବା ସୂଚନା ମିଳିଛି। ପ୍ରକାଶ ଯେ, କାମାକ୍ଷା ଏକ୍ସପ୍ରେସ (ନଂ ୧୨୫୫୧) ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। […] The post ବଦଳିଲା ଅନେକ ଟ୍ରେନ୍‌ର ଗତିପଥ appeared first on Dharitri Odia News.

ବଦଳିଲା ଅନେକ ଟ୍ରେନ୍‌ର ଗତିପଥ

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଅନେକ ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। ଧଉଳି, ନୀଳାଚଳ, ପୁରୁଲିଆ ସୁପରଫାଷ୍ଟ ଏକ୍ସପ୍ରେସର ଗତିପଥ ବଦଳାଯାଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, କାମାକ୍ଷା ଏକ୍ସପ୍ରେସ (ନଂ ୧୨୫୫୧) ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ନିର୍ଗୁଣ୍ଡିଠାରେ ମଧ୍ୟାହ୍ନରେ ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।

ଅପରପକ୍ଷେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍‌ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।

The post ବଦଳିଲା ଅନେକ ଟ୍ରେନ୍‌ର ଗତିପଥ appeared first on Dharitri Odia News.