ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ
ପୁରୀ,୧୧।୧୧: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜାବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ଧ୍ୱଜାବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ୱାର ବାହାର ରାସ୍ତାରେ ବହୁ […] The post ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ appeared first on Dharitri Odia News.
ପୁରୀ,୧୧।୧୧: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜାବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ଧ୍ୱଜାବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ୱାର ବାହାର ରାସ୍ତାରେ ବହୁ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩ଟା ୩୦ ମି ସମୟରେ ଧ୍ୱଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଚୁନରା ସେବକମାନଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି।
The post ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ appeared first on Dharitri Odia News.