ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ
ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୨ ହାର୍ଡକୋର୍ ମାଓବାଦୀ ରହିଥିବା ସୂଚନା ମିଳିଛି। ସେମାନଙ୍କ ନାଁରେ ସାଢ଼େ ୪୦ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରହିଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯ଜଣ ମହିଳା ରହିଛନ୍ତି। ଆଦିବାସୀଙ୍କ ଉପରେ ଅତ୍ୟାଚାରକୁ ବିରୋଧ କରି ଆତ୍ମସମର୍ପଣ କରିଥିବା ସେମାନେ କହିଛନ୍ତି। […] The post ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ appeared first on Dharitri Odia News.
ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୨ ହାର୍ଡକୋର୍ ମାଓବାଦୀ ରହିଥିବା ସୂଚନା ମିଳିଛି। ସେମାନଙ୍କ ନାଁରେ ସାଢ଼େ ୪୦ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରହିଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯ଜଣ ମହିଳା ରହିଛନ୍ତି। ଆଦିବାସୀଙ୍କ ଉପରେ ଅତ୍ୟାଚାରକୁ ବିରୋଧ କରି ଆତ୍ମସମର୍ପଣ କରିଥିବା ସେମାନେ କହିଛନ୍ତି। ଏପରି କି ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ନୂଆପଡ଼ା ଡିଭିଜନର ଏସିଏମ୍ ଏବଂ ପିଏଲଜିଏ ପ୍ଲାଟୁନ-୧ର ମାଓବାଦୀ ଦମ୍ପତି ରହିଛନ୍ତି ।
୨୦୨୬ ମାର୍ଚ୍ଚ ମାସ ସୁଦ୍ଧା ଦେଶକୁ ମାଓବାଦୀ ମୁକ୍ତ କରିବାକୁ ଲକ୍ଷ୍ୟ ରଖିଛନ୍ତି କେନ୍ଦ୍ର ସରକାର। ଏହି ଦିଗରେ ଯବାନଙ୍କ ପକ୍ଷରୁ ଅପରେଶନ ଚାଲିଥିବା ବେଳେ ୧୫ ମାସରେ ୩୩୪ ମାଓବାଦୀଙ୍କ ଜୀବନ ଗଲାଣି । ମାଓବାଦୀଙ୍କୁ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବାକୁ ସରକାରଙ୍କ ଆତ୍ମସମର୍ପଣ ନୀତି ମଧ୍ୟ ରହିଛି । ତେଣୁ ହିଂସା ଛାଡି ମାଓବାଦୀମାନେ ଆତ୍ମସମର୍ପଣ କରୁଥିବା ଦେଖିବାକୁ ମିଳିଛି। ଏହାପର୍ବରୁ ମଧ୍ୟ ୬୦ରୁ ଅଧିକ ମାଓବାଦୀ ଆତ୍ମସମର୍ପଣ କରିଥିଲେ।
The post ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ appeared first on Dharitri Odia News.