ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରୁହ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜଳସେଚନ ବିଭାଗର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ଆଗକୁ ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]

ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରୁହ – ମୁଖ୍ୟମନ୍ତ୍ରୀ
ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରୁହ - ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜଳସେଚନ ବିଭାଗର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ଆଗକୁ ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି।

ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଫିସରମାନଙ୍କୁ ପ୍ରସ୍ତୁତ ରଖିବାକୁ ବି କୁହାଯାଇଛି। ସେହିପରି ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମେଗା ଲିଫ୍ଟ, ମାଇନର ଲିଫ୍ଟ ଇରିଗେଶନ ଏବଂ ଡିପ ବୋରୟଲ ଗୁଡିକ ଶୀଘ୍ର ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତିତହସିଲଦାର ଏବଂ ଆମ ବିଭାଗ ଦୁର୍ବଳ ନଦୀବନ୍ଧ ଗୁଡିକର ତଦାରଖ କରୁଛନ୍ତି ବୋଲି ସୂଚନା ଦେଇଛନ୍ତି ବିଭାଗୀୟ ସଚିବ ଅନୁ ଗର୍ଗ ।