ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…
ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ମାଡ଼ ମାରି ଟଙ୍କା ଛଡ଼ାଇ ନେଇଥିବା ଏତଲାରେ ଦର୍ଶାଯାଇଛି। ଅନ୍ୟପକ୍ଷରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। […] The post ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ… appeared first on Dharitri Odia News.
ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ମାଡ଼ ମାରି ଟଙ୍କା ଛଡ଼ାଇ ନେଇଥିବା ଏତଲାରେ ଦର୍ଶାଯାଇଛି।
ଅନ୍ୟପକ୍ଷରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍ଡିଜେଏମ୍ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିଧାୟକଙ୍କ ପିଏସ୍ଓଙ୍କ ଏତଲା ଆଧାରରେ ୧୦ଜଣ ଗିରଫ କରାଯାଇଛି।
ଅନ୍ୟପକ୍ଷେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ବିଧାୟକ ହିମାଂଶୁ ଅଭିଯୋଗ କରିଛନ୍ତି। ହିମାଂଶୁଙ୍କ ଅଭିଯୋଗ ମୁତାବକ, ବୁଧବାର ଡିଡିଏମ୍ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲେ। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକା କରିଥିଲେ। ରାସ୍ତା ବନ୍ଦ ଥିବାରୁ ଗାଡ଼ି ଅଟକି ରହିଥିଲା, ଏତିକି ବେଳେ କିଛି ଲୋକ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ, ଠେଙ୍ଗା ଥିଲା। ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ ଛିଡ଼ାଇ ନେଇଥିଲେ। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ କହି ନାରା ଦେଇଥିଲେ।
ବିଧାୟକ ହିମାଂଶୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଥିଲେ, ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବ ନାହିଁ। ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନ ଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକୋ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଛି। ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଭାଇକୁ କହିଛି ଥାନାରେ ଯାଇ ବସିବାକୁ, ଦୋଷୀ ଥିଲେ କାର୍ଯ୍ୟାନୁଷ୍ଠାନ ହେଉ।
The post ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ… appeared first on Dharitri Odia News.