ବରଯାତ୍ରୀ ସାରି ଫେରୁଥିଲେ, ୩୦ ଫୁଟ୍ ତଳକୁ ଖସିଲା କାର୍
ଆନନ୍ଦପୁର ୧୨।୦୩ : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ରିଜ୍ ଛକ ଶିଶୁ ପାର୍କ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ୩୦ ଫୁଟ୍ ତଳକୁ ଖସିଲା କାର୍ । ଏହି ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ତିନି ଜଣ ସାମାନ୍ୟ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାରୁ ଏକ ବାହାଘରରେ ବରଯାତ୍ରୀ ଯାଇ ସେଠାରୁ ଶାଳପଡ଼ା ଫେରୁଥିଲେ । ଏହି ସମୟରେ ମଙ୍ଗଳବାର ଦିନ ସକାଳୁ ସକାଳୁ କାର୍ଟି ଭାରସାମ୍ୟ ହରାଇ ୩୦ ଫୁଟ୍ ତଳକୁ ଖସିପଡିଛି । ଯାହାଫଳରେ ଗାଡିରେ ଥିବା ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ୧୦୮ ଯୋଗେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତରିତ କରାଯାଇଛି ।
ଆନନ୍ଦପୁର ୧୨।୦୩ : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ରିଜ୍ ଛକ ଶିଶୁ ପାର୍କ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ୩୦ ଫୁଟ୍ ତଳକୁ ଖସିଲା କାର୍ । ଏହି ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ତିନି ଜଣ ସାମାନ୍ୟ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାରୁ ଏକ ବାହାଘରରେ ବରଯାତ୍ରୀ ଯାଇ ସେଠାରୁ ଶାଳପଡ଼ା ଫେରୁଥିଲେ । ଏହି ସମୟରେ ମଙ୍ଗଳବାର ଦିନ ସକାଳୁ ସକାଳୁ କାର୍ଟି ଭାରସାମ୍ୟ ହରାଇ ୩୦ ଫୁଟ୍ ତଳକୁ ଖସିପଡିଛି । ଯାହାଫଳରେ ଗାଡିରେ ଥିବା ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ୧୦୮ ଯୋଗେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତରିତ କରାଯାଇଛି ।