ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ହେଲେ ନୂଆ ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର : ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ରହିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍ ଆଇଏଏସ […]

ଭୁବନେଶ୍ବର : ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ରହିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍ ଆଇଏଏସ ଅଫିସର ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରିବା ନିମନ୍ତେ ଅନୁମତି ଦେଇଥିଲେ। ତେବେ କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଶ୍ରୀ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ। ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।