ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍ କାଟି ବର୍ଷାଙ୍କ ଉପରେ ଭରସା
ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍ କଟିଛି। ତାଙ୍କ ବଦଳରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ ପ୍ରାର୍ଥୀ କରିଛି। ବର୍ଷାଙ୍କ ପ୍ରାର୍ଥିତ୍ୱକୁ ନେଇ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ଟିକେଟ୍ ଦେଇନି ବିଜେଡି। ବିଜେଡି ଶନିବାର ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, […] The post ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍ କାଟି ବର୍ଷାଙ୍କ ଉପରେ ଭରସା appeared first on Dharitri Odia News.
ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍ କଟିଛି। ତାଙ୍କ ବଦଳରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ ପ୍ରାର୍ଥୀ କରିଛି। ବର୍ଷାଙ୍କ ପ୍ରାର୍ଥିତ୍ୱକୁ ନେଇ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ଟିକେଟ୍ ଦେଇନି ବିଜେଡି।
ବିଜେଡି ଶନିବାର ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଟିକେଟ୍ ଦେଇଛି। ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆ- ବାସନ୍ତୀ ହେମ୍ବ୍ରମଙ୍କୁ ଦଳ ପ୍ରାର୍ଥୀ କରିଛି।
The post ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍ କାଟି ବର୍ଷାଙ୍କ ଉପରେ ଭରସା appeared first on Dharitri Odia News.