ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା, ୧୪।୩(ପ୍ରଭାତ ପାଣିଗ୍ରାହୀ): ସଂକ୍ରାନ୍ତିରେ ଖୋର୍ଦ୍ଧା ପ୍ରସିଦ୍ଧ ମା’ ବରୁଣେଇ ପୀଠରେ ପହଞ୍ଚିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ। ସେଠାରେ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଛନ୍ତି। ଏହାପରେ ମନ୍ଦିରର ରୂପାନ୍ତରଣ ନେଇ ବରିଷ୍ଠ ଅଧିକାରୀ ଏବଂ ମନ୍ଦିର ସେବାୟତଙ୍କ ସହ ଆଲୋଚନା କରିଛନ୍ତି। ଭକ୍ତଙ୍କୁ ସର୍ବୋତ୍ତମ ସେବା ଯୋଗାଇ ଦେବା ସହ ମନ୍ଦିରର ଉନ୍ନତିକରଣ ପାଇଁ ଟିକିନିଖି ଭାବେ ଅନୁଧ୍ୟାନ କରିଛନ୍ତି ପାଣ୍ଡିଆନ। ମନ୍ଦିର ଚାରିପାଖ ବୁଲି […] The post ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ appeared first on Dharitri Odia News.

ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା, ୧୪।୩(ପ୍ରଭାତ ପାଣିଗ୍ରାହୀ): ସଂକ୍ରାନ୍ତିରେ ଖୋର୍ଦ୍ଧା ପ୍ରସିଦ୍ଧ ମା’ ବରୁଣେଇ ପୀଠରେ ପହଞ୍ଚିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ। ସେଠାରେ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଛନ୍ତି। ଏହାପରେ ମନ୍ଦିରର ରୂପାନ୍ତରଣ ନେଇ ବରିଷ୍ଠ ଅଧିକାରୀ ଏବଂ ମନ୍ଦିର ସେବାୟତଙ୍କ ସହ ଆଲୋଚନା କରିଛନ୍ତି। ଭକ୍ତଙ୍କୁ ସର୍ବୋତ୍ତମ ସେବା ଯୋଗାଇ ଦେବା ସହ ମନ୍ଦିରର ଉନ୍ନତିକରଣ ପାଇଁ ଟିକିନିଖି ଭାବେ ଅନୁଧ୍ୟାନ କରିଛନ୍ତି ପାଣ୍ଡିଆନ। ମନ୍ଦିର ଚାରିପାଖ ବୁଲି କିଭଳି ଉନ୍ନତିକରଣ କାର୍ଯ୍ୟ କରାଯାଉଛି ସେନେଇ ସମୀକ୍ଷା କରିଛନ୍ତି। ପୀଠରେ ଥିବା ସୀତା କୁଣ୍ଡ, ବରୁଣେଇ ପାହାଡ଼ ଶିଖରକୁ ଯିବା ପାଇଁ ରାସ୍ତା, ରୋପୱେ ଇତ୍ୟାଦି କାର୍ଯ୍ୟର ଅନୁଧ୍ୟାନ କରିଥିଲେ। ମନ୍ଦିରର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ଗୁଣବତ୍ତାକୁ ଆଧାର କରି କାମ ସାରିବାକୁ ୫ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ। ୫-ଟି ଅଧ୍ୟକ୍ଷଙ୍କ ସହ କ୍ରୀଡ଼ା ସଚିବ ଭିନିଲ କ୍ରୀଷ୍ଣା, ଜିଲାପାଳ ଚଞ୍ଚଳ ରଣା, ଏସ୍‌ପି ବି ଯୁଗଳ କିଶୋର କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତ ଥିଲେ ।

The post ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ appeared first on Dharitri Odia News.