ବର୍ଷକୁ କେତେ ଥର ସୁନାବେଶ ହୁଅନ୍ତି ମହାପ୍ରଭୁ? କେତେ ଥର ଦିଅନ୍ତି ରାଜରାଜେଶ୍ୱର ବେଶରେ ଦର୍ଶନ?

କନକ ବ୍ୟୁରୋ: ଆଜି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ବାହୁଡ଼ା ଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହେଇସାରିଛି । ଆଉ ମାତ୍ର କିଛି ସମୟ ପରେ ଆରମ୍ଭ ହେବ ସୁନାବେଶ ଦର୍ଶନ । ଅପରାହ୍ନ ୫ଟାରୁ ବେଶ ଆରମ୍ଭ ହେବାକୁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ, ରାତି ୧୧ଟା […] The post ବର୍ଷକୁ କେତେ ଥର ସୁନାବେଶ ହୁଅନ୍ତି ମହାପ୍ରଭୁ? କେତେ ଥର ଦିଅନ୍ତି ରାଜରାଜେଶ୍ୱର ବେଶରେ ଦର୍ଶନ? first appeared on Kanak News.

ବର୍ଷକୁ କେତେ ଥର ସୁନାବେଶ ହୁଅନ୍ତି ମହାପ୍ରଭୁ? କେତେ ଥର ଦିଅନ୍ତି ରାଜରାଜେଶ୍ୱର ବେଶରେ ଦର୍ଶନ?

କନକ ବ୍ୟୁରୋ: ଆଜି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ବାହୁଡ଼ା ଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହେଇସାରିଛି । ଆଉ ମାତ୍ର କିଛି ସମୟ ପରେ ଆରମ୍ଭ ହେବ ସୁନାବେଶ ଦର୍ଶନ । ଅପରାହ୍ନ ୫ଟାରୁ ବେଶ ଆରମ୍ଭ ହେବାକୁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ, ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶ ଦର୍ଶନ ଚାଲିବ । ରଥ ଉପରେ ଭକ୍ତଜନଙ୍କୁ ଦର୍ଶନ ଦେଲେ ଶ୍ରୀଜିଉ । ତେବେ ଆପଣ ଜାଣିଛନ୍ତି କି ମହାପ୍ରଭୁ ଗୋଟିଏ ବର୍ଷରେ କେତେ ଥର ସୁନାବେଶ ହୁଅନ୍ତି?

ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା) ଦିନ ଅନୁଷ୍ଠିତ ହୋଇଥାଏ । ଏଥିମଧ୍ୟରୁ ଶ୍ରୀମନ୍ଦିର ଭିତରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥିଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ମହାପ୍ରଭୁ ।

ଭିତରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

The post ବର୍ଷକୁ କେତେ ଥର ସୁନାବେଶ ହୁଅନ୍ତି ମହାପ୍ରଭୁ? କେତେ ଥର ଦିଅନ୍ତି ରାଜରାଜେଶ୍ୱର ବେଶରେ ଦର୍ଶନ? first appeared on Kanak News.