ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏ ନେଇ ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏ ନେଇ ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।