ବଲିଉଡ଼ ଅଭିନେତା ଭାଇଜାନ ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ
ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏଥିସହ ତାଙ୍କ କାରକୁ ବୋମାରେ ଉଡ଼ାଇ ଦେବାକୁ ମଧ୍ୟ ଧମକ ମିଳିଛି। ଏହି ଘଟଣା ପରେ ୱର୍ଲି ଥାନାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ତେବେ ଏନେଇ ସଲମାନ […]

ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏଥିସହ ତାଙ୍କ କାରକୁ ବୋମାରେ ଉଡ଼ାଇ ଦେବାକୁ ମଧ୍ୟ ଧମକ ମିଳିଛି। ଏହି ଘଟଣା ପରେ ୱର୍ଲି ଥାନାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
ତେବେ ଏନେଇ ସଲମାନ ଖାନ କିମ୍ବା ତାଙ୍କ ପରିବାର ପକ୍ଷରୁ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି । ତେବେ ଏହି ଖବର ଶୁଣିବା ପରେ ତାଙ୍କ ଫ୍ୟାନ୍ସମାନେ ଦୁଃଖ ପ୍ରକାଶ କରିଛନ୍ତି । ତେବେ ସଲମାନଙ୍କୁ ଏଭଳି ଧମକ ମିଳିବା କିଛି ନୂଆ ନୁହେଁ । ପୂର୍ବରୁ ଲରେନ୍ସ ବିଷ୍ଣୋଇ ଏବଂ ଗୋଲ୍ଡି ଅନେକଥରଙ୍କ ଗ୍ୟାଙ୍ଗ ଏଭଳି ଧମକ ଦେଇଛନ୍ତି ।