ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି: ଓଡ଼ିଶା ପୋଲିସ

ଭୁବନେଶ୍ଵର: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ପୀଡ଼ିତା ଆଖି ବୁଜିଛନ୍ତି।  ଜୁଲାଇ ୧୯ରେ ଘଟିଥିବା ଏହି ଅଭାବନୀୟ ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ କାହାରିକୁ ଗିରଫ କରିବାରେ ସମର୍ଥ ହୋଇ ପାରିନାହିଁ। ଏହା ମଧ୍ୟରେ ଓଡ଼ିଶା ପୋଲିସ ଏକ୍ସରେ ଟୁଇଟ୍ କରି ଘଟଣାର ତଦନ୍ତକୁ ନେଇ ବଡ଼ ଟିପ୍ପଣୀ କରିଛନ୍ତି।ଓଡ଼ିଶା ପୋଲିସ ଏକ୍ସରେ ଲେଖିଛି ଯେ, ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ  । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ। ଓଡ଼ିଶା ପୋଲିସର ଏହି ପୋଷ୍ଟ ପରେ ଘଟଣାକୁ ନେଇ ଅନେକ ଅସମାହିତ ପ୍ରଶ୍ନ ଉଙ୍କି ମାରିଛି। କାରଣ ବୟାନ ରେକର୍ଡ ସମୟରେ ବି ବଳଙ୍ଗା ପୀଡ଼ିତାଙ୍କ ବୟାନରେ ତାଳମେଲ ରହୁ ନ ଥିଲା। ଭୁବନେଶ୍ଵର ଏମ୍ସରେ ପୀଡ଼ିତା ଦେଇଥିବା ବୟାନ ଏବଂ ଦିଲ୍ଲୀ ଏମ୍ସରେ ବୟାନ ମଧ୍ୟରେ ତାଳମେଳ ରହି ନ ଥିଲା।ଫଳରେ ତଦନ୍ତରେ ପୋଲିସକୁ ବଳିଷ୍ଠ ପ୍ରମାଣ ମିଳି ପାରି ନ ଥିଲା। ବଳଙ୍

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି: ଓଡ଼ିଶା ପୋଲିସ

ଭୁବନେଶ୍ଵର: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ପୀଡ଼ିତା ଆଖି ବୁଜିଛନ୍ତି।  ଜୁଲାଇ ୧୯ରେ ଘଟିଥିବା ଏହି ଅଭାବନୀୟ ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ କାହାରିକୁ ଗିରଫ କରିବାରେ ସମର୍ଥ ହୋଇ ପାରିନାହିଁ। ଏହା ମଧ୍ୟରେ ଓଡ଼ିଶା ପୋଲିସ ଏକ୍ସରେ ଟୁଇଟ୍ କରି ଘଟଣାର ତଦନ୍ତକୁ ନେଇ ବଡ଼ ଟିପ୍ପଣୀ କରିଛନ୍ତି।

ଓଡ଼ିଶା ପୋଲିସ ଏକ୍ସରେ ଲେଖିଛି ଯେ, ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ  । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ। 

ଓଡ଼ିଶା ପୋଲିସର ଏହି ପୋଷ୍ଟ ପରେ ଘଟଣାକୁ ନେଇ ଅନେକ ଅସମାହିତ ପ୍ରଶ୍ନ ଉଙ୍କି ମାରିଛି। କାରଣ ବୟାନ ରେକର୍ଡ ସମୟରେ ବି ବଳଙ୍ଗା ପୀଡ଼ିତାଙ୍କ ବୟାନରେ ତାଳମେଲ ରହୁ ନ ଥିଲା। ଭୁବନେଶ୍ଵର ଏମ୍ସରେ ପୀଡ଼ିତା ଦେଇଥିବା ବୟାନ ଏବଂ ଦିଲ୍ଲୀ ଏମ୍ସରେ ବୟାନ ମଧ୍ୟରେ ତାଳମେଳ ରହି ନ ଥିଲା।ଫଳରେ ତଦନ୍ତରେ ପୋଲିସକୁ ବଳିଷ୍ଠ ପ୍ରମାଣ ମିଳି ପାରି ନ ଥିଲା। 




ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସ ପୋଷ୍ଟରେ ଲେଖିଛନ୍ତି, 'ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ । ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ । ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।'

ଉଲ୍ଲେଖଯୋଗ୍ୟ ଯେ ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଗତ ଜୁଲାଇ ୧୯ରେ ଅଭାବନୀୟ ଘଟଣା ଘଟିଥିଲା । ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ବାଇକ୍ ଉଠାଇ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ । ପ୍ରଥମେ ନିଶା ଦେଇ ବେହୋସ କରିବା ପରେ କିରୋସିନ ଢାଳି ନାବାଳିକା ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାପରେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା । ଗତ ଜୁଲାଇ ୨୦ରେ ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ଅଂଶ ପୋଡ଼ିଯାଇଥିବା କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଦିଲ୍ଲୀ ଏମ୍ସରେ ବିଶେଷଜ୍ଞ ଡାକ୍ତରଙ୍କ ଏକ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଥିଲେ । ନିକଟରେ ପୀଡ଼ିତାଙ୍କ ତୃତୀୟ ଥର ପାଇଁ ଅସ୍ତ୍ରୋପ୍ରଚାର ହୋଇଥିଲା । ଏପରି ଆମେରିକାରୁ ଜରୁରି ଇଞ୍ଜେକ୍ସନ ମଧ୍ୟ ଅଣାଯାଇଥିଲା । ଆଉ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ସମଗ୍ର ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଛି । 

ସେପଟେ ଏଭଳି ଜଘନ୍ୟ ଘଟଣା ଘଟାଇଥିବା ଦୁର୍ବୃତ୍ତ ଏବେ ବି ଖୋଲା ଆକାଶ ତଳେ ରହିଛନ୍ତି । ପୋଲିସ ଏବେ ବି ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ । ପୀଡ଼ିତାଙ୍କ ବାରମ୍ୱାର ବୟାନ ରେକର୍ଡ ସତ୍ତ୍ୱେ ପୋଲିସ ହାତ ଖାଲି ରହିଛି । ପୁରୀ ଏସ୍ପି ପିନାକ ମିଶ୍ରଙ୍କ ନେତୃତ୍ୱରେ ଦୁଇଟି ସ୍ୱତନ୍ତ୍ର ସ୍କ୍ୱାର୍ଡ ଘଟଣାର ତଦନ୍ତ କରୁଛନ୍ତି। ଘଟଣା ଘଟିବା ପରଠୁ ପୀଡ଼ିତାଙ୍କ ଭୁବନେଶ୍ୱର ଏମ୍ସରେ ଭତ୍ତି ଓ ପରେ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଗଲା । ଏତେ ଦିନ ଭିତରେ ପୁରୀ ପୋଲିସ ଜଣେ ବି ଅଭିଯୁକ୍ତକୁ ଗିରଫ କରିପାରିଲା ନାହିଁ, ଯାହା ପୋଲିସର ପାରିବା ପଣିଆ ଉପରେ ପ୍ରଶ୍ନ ଉଠିଛି।