ବଳଦେବଜୀଉଙ୍କୁ ପ୍ରତ୍ୟହ ଲାଗିହୁଏ ୩୨ ରସାବଳୀ
୨୦୨୩ ଅକ୍ଟୋବର ୨୩ରେ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ରସାବଳୀକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍ ମିଳିଛି। ଗବେଷକଙ୍କ ଅନୁସନ୍ଧାନରେ ଅନଙ୍ଗଭୀମଦେବଙ୍କ ସମୟରୁ ଏହା ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳୀ ଲାଗି କରାଯାଏ। ଗବେଷକ ନିରଞ୍ଜନ ମେକାପ ଓ ଡ. ଅନୀତା ସାବତ କହିଛନ୍ତି, ମହାରାଜା ଅନଙ୍ଗଭୀମଦେବଙ୍କ ସମୟରୁ ତୁଳସୀକ୍ଷେତ୍ରରେ ରସାବଳୀ ନୈବେଦ୍ୟ ଅର୍ପଣ ହୋଇଆସୁଛି। ଏହି ମିଷ୍ଟାନ୍ନର କେନ୍ଦ୍ରାପଡ଼ା ସଂପୃକ୍ତି ସମ୍ପର୍କରେ ଛନ୍ଦପୁରାଣ, ଦାଣ୍ଡି ରାମାୟଣ, ଗଙ୍ଗବଂଶାନୁଚରିତର […] The post ବଳଦେବଜୀଉଙ୍କୁ ପ୍ରତ୍ୟହ ଲାଗିହୁଏ ୩୨ ରସାବଳୀ appeared first on Dharitri Odia News.
୨୦୨୩ ଅକ୍ଟୋବର ୨୩ରେ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ରସାବଳୀକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍ ମିଳିଛି। ଗବେଷକଙ୍କ ଅନୁସନ୍ଧାନରେ ଅନଙ୍ଗଭୀମଦେବଙ୍କ ସମୟରୁ ଏହା ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳୀ ଲାଗି କରାଯାଏ। ଗବେଷକ ନିରଞ୍ଜନ ମେକାପ ଓ ଡ. ଅନୀତା ସାବତ କହିଛନ୍ତି, ମହାରାଜା ଅନଙ୍ଗଭୀମଦେବଙ୍କ ସମୟରୁ ତୁଳସୀକ୍ଷେତ୍ରରେ ରସାବଳୀ ନୈବେଦ୍ୟ ଅର୍ପଣ ହୋଇଆସୁଛି। ଏହି ମିଷ୍ଟାନ୍ନର କେନ୍ଦ୍ରାପଡ଼ା ସଂପୃକ୍ତି ସମ୍ପର୍କରେ ଛନ୍ଦପୁରାଣ, ଦାଣ୍ଡି ରାମାୟଣ, ଗଙ୍ଗବଂଶାନୁଚରିତର କେତେକ ଛନ୍ଦ ଓ ଜଣାଣରେ ଅଛି। ଶ୍ରୀଜୀଉଙ୍କ ନିତ୍ୟଭୋଗ ଭାବେ ପରିଚିତ ଏହି ମିଷ୍ଟାନ୍ନର ଉପତ୍ତ୍ତିସ୍ଥଳ କେନ୍ଦ୍ରାପଡ଼ା ବୋଲି ସେମାନେ ଦାବି କରିଛନ୍ତି। ସହରର କେଶପୁର ବଜାରର ବର୍ଷିଆନ ରସାବଳୀ ନିର୍ମାତା ବୈଷ୍ଣବ ପଣ୍ଡା କୁହନ୍ତି, ପୂର୍ବରୁ ଏହା କେବଳ ମନ୍ଦିର ପରିସରରେ ନିର୍ମିତ ହୋଇ ଶ୍ରୀଜୀଉଙ୍କୁ ଲାଗି ହେଉଥିଲା। ଏବେ କେନ୍ଦ୍ରାପଡ଼ା ସହର ସମେତ ରାଜ୍ୟର ବିଭିନ୍ନ ମେଳା ମହୋତ୍ସବରେ ଦେଖିବାକୁ ମିଳୁଛି। ଛେନା, ଘିଅ, କ୍ଷୀର, ଚିନି, ଗୁଜୁରାତି, ଅଳେଇଚ ଆଦିକୁ ନେଇ ପ୍ରସ୍ତୁତ ଏହି ମିଷ୍ଟାନ୍ନର ପ୍ରସ୍ତୁତି ଟିକେ ଜଟିଳ। ତେବେ ଉପଯୁକ୍ତ ତାଲିମପ୍ରାପ୍ତ ନିର୍ମାତା ଏଥିରେ ସ୍ବାଦ ଭରିବାରେ ସକ୍ଷମ। ଶିକ୍ଷାବିତ୍ ଭୂବନମୋହନ ଜେନା କୁହନ୍ତି, ଜିଆଇ ଟ୍ୟାଗ ମିଳିବା ପରେ ଏହାର ବ୍ରାଣ୍ଡଭ୍ୟାଲୁ ବଢ଼ିଛି। ମୌଳିକ ଦ୍ରବ୍ୟର ବ୍ୟବସାୟ ବଢ଼ିବା ସହିତ ଅପବ୍ୟବହାର ଉପରେ ରୋକ ଲାଗିଛି। ପ୍ରଚାର ପ୍ରସାର ଫଳରେ ସ୍ଥାନୀୟ ଅଞ୍ଚଳର ଆର୍ଥିକ ବିକାଶ ହୋଇଥାଏ। କେନ୍ଦ୍ରାପଡ଼ା ଜିଲାର ପରିଚୟ ଭାବେ ଶ୍ରୀବଳଦେବଜୀଉ, ଜାତୀୟଉଦ୍ୟାନ ଭିତରକନିକା ସହିତ ରସାବଳୀ ମିଠା ଅଛି। ରସାବଳୀ ନିର୍ମାତା ସଂଘର ଆବାହକ ସରୋଜ କୁମାର ମହାନ୍ତି କୁହନ୍ତି, ରସାବଳୀ ଶ୍ରୀଜୀଉଙ୍କ ଆଦରର ମିଷ୍ଟାନ୍ନ। ଏହାର ପ୍ରସାର ପାଇଁ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନ ଆବଶ୍ୟକ ଅଛି।
– ରିପୋର୍ଟ: ଜଗନ୍ନାଥ ଧଳ
The post ବଳଦେବଜୀଉଙ୍କୁ ପ୍ରତ୍ୟହ ଲାଗିହୁଏ ୩୨ ରସାବଳୀ appeared first on Dharitri Odia News.