ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ
ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଖଲ୍ଲିକୋଟ ଥାନା କେନ୍ଦୁପାଟ ଗାଁର ପ୍ରଶାନ୍ତ ନାହାକ(୩୦)। ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ଜଜ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଜରିମାନା ବାବଦକୁ ୧୨ ହଜାର ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। […] The post ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ appeared first on Dharitri Odia News.
ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଖଲ୍ଲିକୋଟ ଥାନା କେନ୍ଦୁପାଟ ଗାଁର ପ୍ରଶାନ୍ତ ନାହାକ(୩୦)। ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ଜଜ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଜରିମାନା ବାବଦକୁ ୧୨ ହଜାର ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୧ ବର୍ଷ ୩ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ସେହିପରି ପୀଡିତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ପୋକସ ଜଜ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ୨୦୨୨ ମଇ ୧୪ରେ ଖଲ୍ଲିକୋଟ ଅଞ୍ଚଳର ଜଣେ ନାବାଳିକା ଘରେ ଏକାକୀ ଥିବା ଉପରୋକ୍ତ ଅଭିଯୁକ୍ତ ଘରେ ପଶି ତାଙ୍କୁ ବଳପୂର୍ବକ ବଳାତ୍କାର କରିଥିଲେ। ପୀଡିତାଙ୍କ ମା’ ଏନେଇ ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏ ସଂକ୍ରାନ୍ତରେ ୨୯୯/୨୨ରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରି ଅଭିଯୁକ୍ତ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ମାମଲାର ବିଚାରବେଳେ ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସୋମବାର ରାୟ ପ୍ରକାଶ ବେଳେ ଜାମିନରେ ଥିବା ପ୍ରଶାନ୍ତ କୋର୍ଟରେ ହାଜର ହୋଇଥିଲେ। ସାକ୍ଷୀଙ୍କ ବୟାନ ଓ ପୋଲିସର ଚାର୍ଜସିଟକୁ ଆଧାର କରି ପୋକସ ଜଜ ଉପରେକ୍ତ ରାୟ ପ୍ରକାଶ କରିଛନ୍ତି।
The post ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ appeared first on Dharitri Odia News.