ବସ-ଟ୍ରକ ଦୁର୍ଘଟଣା,ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ସକାଳେ କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟି ଯାଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା I ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି I ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଗଭୀର ଶୋକପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି I ଏହାସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ ଜଣ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ […]

ବସ-ଟ୍ରକ ଦୁର୍ଘଟଣା,ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବସ-ଟ୍ରକ ଦୁର୍ଘଟଣା,ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ସକାଳେ କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟି ଯାଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା I ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି I ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଗଭୀର ଶୋକପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି I ଏହାସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ ଜଣ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି I ଏବଂ ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳ ୭ ତବେଳେ କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଆଜି ସକାଳେ ବସ ଏବଂ ଏକ ୧୦ ଚକିଆ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା I ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିବା ସହିତ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ମନୋରମା ନାମକ ଏକ ଘରୋଇ ଯାତ୍ରୀବାହୀ ବସ କେନ୍ଦ୍ରାପଡ଼ାରୁ କଟକ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା I ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ସମସ୍ତ ମୃତାହତଙ୍କୁ ଉଦ୍ଧାରକାରୀ ପ୍ରଥମେ ନିଶ୍ଚିନ୍ତକୋଇଲି ଡାକ୍ତରଖାନା ଓ ପରେ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନେଇଥିଲେ । କଟକ ଜିଲ୍ଲାପାଳ ନରହରି ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଦ୍ଧାରକାର୍ଯ୍ୟ କରାଯାଇଥିଲା