ବସିବ ରଥଯାତ୍ରା ସମନ୍ୱୟ ବୈଠକ, ନୀତି ନିଘର୍ଣ୍ଟ ନେଇ ହୋଇପାରେ ନିଷ୍ପତ୍ତି
ପୁରୀ ୨୦/୦୪: ଜୁଲାଇ ୭ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ଜିଲ୍ଲା, ପୋଲିସ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ସମସ୍ତ ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ଵୟ ସମିତି ବୈଠକ ଅନୁଷ୍ଠିତ ହେବ। ପୁରୀ ଟାଉନ ହଲ ଠାରେ ଆୟୋଜିତ ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆରଡିସି ଅଧ୍ୟକ୍ଷତା କରିବେ। ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଦ୍ବିଗୁଣା ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ। ତେବେ ଏହି ବୈଠକରେ ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା ଆଦି ନିଷ୍ପତ୍ତି ନିଆଯିବ । ଏହାସହ ରାସ୍ତା ଘାଟ ମରାମତି ଓ ଉନ୍ନତିକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିସ୍ତୃତ ଆଲୋଚନା ହେବ । ତେବେ ଏହି ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ମୁଖ୍ୟ
ପୁରୀ ୨୦/୦୪: ଜୁଲାଇ ୭ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ଜିଲ୍ଲା, ପୋଲିସ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ସମସ୍ତ ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରଥମ ସମନ୍ଵୟ ସମିତି ବୈଠକ ଅନୁଷ୍ଠିତ ହେବ।
ପୁରୀ ଟାଉନ ହଲ ଠାରେ ଆୟୋଜିତ ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆରଡିସି ଅଧ୍ୟକ୍ଷତା କରିବେ। ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଦ୍ବିଗୁଣା ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ। ତେବେ ଏହି ବୈଠକରେ ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା ଆଦି ନିଷ୍ପତ୍ତି ନିଆଯିବ ।
ଏହାସହ ରାସ୍ତା ଘାଟ ମରାମତି ଓ ଉନ୍ନତିକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିସ୍ତୃତ ଆଲୋଚନା ହେବ । ତେବେ ଏହି ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସେବାୟତ, ପରିଚାଳନା କମିଟି ସଦସ୍ୟ ଭାଗ ନେବେ।