ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ କିଶୋର ସେଠୀ ଓ ପ୍ରକାଶ ବେହେରା। ମିଳିଥିବା ସୂଚନାମୁତାବକ,  ନନ୍ଦ କିଶୋର ଓ ପ୍ରକାଶ ଦେଢ଼ ଲକ୍ଷ ଟଙ୍କା ହଡ଼ପ କରିବା ପାଇଁ  ସ୍ବାମୀ, ସ୍ତ୍ରୀ ଓ ୪ ବର୍ଷର ପୁଅକୁ ବୀଭତ୍ସ ହତ୍ୟା କରିଥିଲେ। […] The post ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ  appeared first on Dharitri Odia News.

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 
ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ କିଶୋର ସେଠୀ ଓ ପ୍ରକାଶ ବେହେରା।
ମିଳିଥିବା ସୂଚନାମୁତାବକ,  ନନ୍ଦ କିଶୋର ଓ ପ୍ରକାଶ ଦେଢ଼ ଲକ୍ଷ ଟଙ୍କା ହଡ଼ପ କରିବା ପାଇଁ  ସ୍ବାମୀ, ସ୍ତ୍ରୀ ଓ ୪ ବର୍ଷର ପୁଅକୁ ବୀଭତ୍ସ ହତ୍ୟା କରିଥିଲେ। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। ପରେ ଏହି ମାମଲା ବିଚାରଧୀନ ଥିଲା।  କୋର୍ଟ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।
ସୂଚନାଯୋଗ୍ୟ, ଅନୁଗୋଳ ଜିଲା କିଶୋରନଗର ଥାନା ଗମ୍ଭାରୀମଳିଆ ଗାଁରେ ୨୦୧୭ରେ ଏହି ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ଘଟିଥିଲା।

The post ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ  appeared first on Dharitri Odia News.