ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା: ୯ଜଣଙ୍କୁ…

କଟକ,୨୮।୮ (ଅଶୋକ କୁମାର ମହାପାତ୍ର): ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ହେଲେ ଅରବିନ୍ଦ ଖଟୁଆ। ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ରେ ବରିଷ୍ଠ ଭାଜପା ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ […] The post ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା: ୯ଜଣଙ୍କୁ… appeared first on Dharitri Odia News.

ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା: ୯ଜଣଙ୍କୁ…

କଟକ,୨୮।୮ (ଅଶୋକ କୁମାର ମହାପାତ୍ର): ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ହେଲେ ଅରବିନ୍ଦ ଖଟୁଆ।

ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ରେ ବରିଷ୍ଠ ଭାଜପା ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବାବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ଏପରିକି ତତକାଳୀନ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। କିନ୍ତୁ ପ୍ରତାପ ଜେନାଙ୍କ ମାମଲା ଏବେ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଅଛନ୍ତି।

The post ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା: ୯ଜଣଙ୍କୁ… appeared first on Dharitri Odia News.