ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ 1542ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର convention centre ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି ।ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ 2711ଟି ପ୍ୟାକ୍ସ (PACS)ଥିବା ବେଳେ, ରାଜ୍ୟ ସରକାର ଆଉ 1542ଟି ନୂଆ ବହୁମୁଖୀ ପ୍ୟାକ୍ସ ( MPACS) ଗଠନ କରିଛନ୍ତି । ଏହା […] The post ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ appeared first on KNews Odisha.

ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
cm-

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ 1542ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର convention centre ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି ।ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ 2711ଟି ପ୍ୟାକ୍ସ (PACS)ଥିବା ବେଳେ, ରାଜ୍ୟ ସରକାର ଆଉ 1542ଟି ନୂଆ ବହୁମୁଖୀ ପ୍ୟାକ୍ସ ( MPACS) ଗଠନ କରିଛନ୍ତି ।

ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା 4253ରେ ପହଞ୍ଚିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ଆନ୍ଦୋଳନକୁ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାରଙ୍କ ସମବାୟ ବିଭାଗ ଆନୁକୂଲ୍ୟରେ ବିଭିନ୍ନ ନୂତନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏଥିରେ ସମୁଦାୟ ୫୪ ଟି କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି ।

ଏଗୁଡିକ ମଧ୍ୟରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ହେଉଛି, PACS ଓ LAMPCS ଗୁଡିକୁ ବହୁମୁଖି କରିବା ପାଇଁ ମଡେଲ ବାଇ-ଲ ପ୍ରଚଳନ; କମ୍ପ୍ୟୁଟରିକରଣ ମାଧ୍ୟମରେ PACS ଗୁଡିକୁ ସ୍ୱଚ୍ଛ ଓ ମଜଭୁତ କରିବା, ସାର ଓ ବିହନ ଯୋଗାଣ, ଜନ ଔଷଧୀ କେନ୍ଦ୍ର ଓ କମନ୍ ସର୍ଭିସ ସେଣ୍ଟର ସ୍ଥାପନ, କୃଷି ସେବା କେନ୍ଦ୍ର ସ୍ଥାପନ, Consumer Store ସ୍ଥାପନ, ବୈଜ୍ଞାନିକ ପଦ୍ଧତିରେ ଶସ୍ୟ ସଂରକ୍ଷଣ କେନ୍ଦ୍ର ସ୍ଥାପନ ଇତ୍ୟାଦି ।

The post ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ appeared first on KNews Odisha.