ବାଇକକୁ ଧକ୍କା ଦେଲା କାର, ଜଣେ ଗୁରୁତର
କଲମପୁର: କୋକସରା ବ୍ଳକ ୨୬ ନମ୍ବର ଜାତୀୟ ରାଜପଥର କୁସୁମଖୁଣ୍ଟି ନୀଳକଣ୍ଠେଶ୍ଵର ମନ୍ଦିର ନିକଟରେ ରବିବାର ସନ୍ଧ୍ୟାରେ ଏକ କାର ଓ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଚାଳକ ଉଛଲା ଗ୍ରାମର ଚୁଡ଼ା ରାଉତ(୨୫) ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପୁଲିସକୁ ଖବର ଦେବା ସହ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ […]

କଲମପୁର: କୋକସରା ବ୍ଳକ ୨୬ ନମ୍ବର ଜାତୀୟ ରାଜପଥର କୁସୁମଖୁଣ୍ଟି ନୀଳକଣ୍ଠେଶ୍ଵର ମନ୍ଦିର ନିକଟରେ ରବିବାର ସନ୍ଧ୍ୟାରେ ଏକ କାର ଓ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଚାଳକ ଉଛଲା ଗ୍ରାମର ଚୁଡ଼ା ରାଉତ(୨୫) ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପୁଲିସକୁ ଖବର ଦେବା ସହ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରିଥିବା ଜଣାପଡିଛି। ଅନ୍ୟପଟେ ମୋଟେର ଫାଣ୍ଡି ପୁଲିସ ଦୁର୍ଘଟଣା ଘଟାଇଥିବା କାର ସହ ବାଇକକୁ ଜବତ କରିଥିବାବେଳେ କାର ଚାଳକ ଫେରାର ମାରିଥିବା ସୂଚନା ମିଳିଛି।