ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍ ସ୍ଲିପ୍ କରିବାରୁ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଘଟଣାସ୍ଥଳକୁ ନ ଯାଇ ତରତରା ଛକରେ ୧୦୮ ଆମ୍ବୁଲାନ୍ସ ରଖି ଚାଳକ ମଦ ପିଉଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ। ଧାରଉଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ କିଷାନଙ୍କୁ ଚିକିତ୍ସା ପାଇଁ ସମ୍ପର୍କୀୟ ଆଣିଥିଲେ। ତେବେ ସେଠାରେ ଡାକ୍ତର […] The post ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ appeared first on Dharitri Odia News.
ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍ ସ୍ଲିପ୍ କରିବାରୁ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଘଟଣାସ୍ଥଳକୁ ନ ଯାଇ ତରତରା ଛକରେ ୧୦୮ ଆମ୍ବୁଲାନ୍ସ ରଖି ଚାଳକ ମଦ ପିଉଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ। ଧାରଉଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ କିଷାନଙ୍କୁ ଚିକିତ୍ସା ପାଇଁ ସମ୍ପର୍କୀୟ ଆଣିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଓ ସମ୍ପର୍କୀୟଙ୍କ ମଧ୍ୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ପରସ୍ପର ମଧ୍ୟରେ ହତାହାତି ହୋଇଛନ୍ତି। ଆମ୍ବୁଲାନ୍ସ କର୍ମଚାରୀଙ୍କ ଅବହେଳା ଯୋଗୁ କିଷାନଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
The post ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ appeared first on Dharitri Odia News.