ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍‌ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ (୫୫)ଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ସଭ୍ୟା ସିଂହ ଗୁରୁତର ହୋଇଛନ୍ତି। ସେହିପରି ଅନ୍ୟ ବାଇକ୍‌ରେ ବସିଥିବା ଚାରବାହାଲ ଗ୍ରାମର ଜଣେ ଯୁବକ ଗୁରୁତର ହୋଇଛନ୍ତି। ଖବର ପାଇ ମୃତ ଈଶ୍ୱରୀଙ୍କ ସମ୍ପର୍କୀୟ କ୍ଷତିପୂରଣ ଦାବିରେ […] The post ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ appeared first on Dharitri Odia News.

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍‌ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ (୫୫)ଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ସଭ୍ୟା ସିଂହ ଗୁରୁତର ହୋଇଛନ୍ତି। ସେହିପରି ଅନ୍ୟ ବାଇକ୍‌ରେ ବସିଥିବା ଚାରବାହାଲ ଗ୍ରାମର ଜଣେ ଯୁବକ ଗୁରୁତର ହୋଇଛନ୍ତି। ଖବର ପାଇ ମୃତ ଈଶ୍ୱରୀଙ୍କ ସମ୍ପର୍କୀୟ କ୍ଷତିପୂରଣ ଦାବିରେ ସ୍ଥାନୀୟ ୨୬ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଏହି ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବରପାଇ ସ୍ଥାନୀୟ ପୋଲିସ ପହଞ୍ଚି ଆନ୍ଦୋଳନ କାରୀଙ୍କୁ ସରକାର ସହାୟତା ମିଳିବା ନେଇ ପ୍ରତିଶ୍ରୁତି ଦେବା ପରେ ରାତ୍ରି ୭ଟା ୪୫ରେ ରାସ୍ତାରୋକୋ ହଟିଥିଲା। ମିଳିଥିବା ସୂଚନା ଅନୁସାରେ, ଦେଉଣ୍ଡି ରାମପଡ଼ାର ଈଶ୍ୱରୀ ଓ ସ୍ତ୍ରୀ ସଭ୍ୟା ରାଣୀ କୌଣସି କାର୍ଯ୍ୟ ପାଇଁ ଚାହାରବାହାଲକୁ ଯାଇ ଫେରିବା ସମୟରେ ପଖନାଗୁଡା ଛକ ନିକଟରେ ସାମ୍‌ନା ପଟୁ ଆସୁଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଈଶ୍ୱରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ସଭ୍ୟାରାଣୀ ଗୁରୁତର ଥିବାରୁ ଜୁନାଗଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇଥିବା ଜଣେ ଯୁବକ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

The post ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ appeared first on Dharitri Odia News.