ବାଇକ୍ -ସ୍କୁଟି ମୁହାଁମୁହିଁ ଧକ୍କା: ୨ ମୃତ, ୩ ଗୁରୁତର
ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି କପାସପଡା ନିକଟରେ ଏକ ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି। ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ସମସ୍ତଙ୍କୁ ଉଦ୍ଧାର କରି ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଲା। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ତୋଣ୍ଡ ଗ୍ରାମର ମିତ୍ରଭାନୁ ବେହେରା ଏବଂ ଘଟଗାଁ […]

ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି କପାସପଡା ନିକଟରେ ଏକ ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି। ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ସମସ୍ତଙ୍କୁ ଉଦ୍ଧାର କରି ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଲା। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ତୋଣ୍ଡ ଗ୍ରାମର ମିତ୍ରଭାନୁ ବେହେରା ଏବଂ ଘଟଗାଁ ଥାନା ଗୋପାଳପୁର ଗ୍ରାମର ଯଦୁ ମୁଣ୍ଡା। ଗୁରୁତର ହେଲେ ଗୋପବନ୍ଧୁ ମୁଣ୍ଡା, ଭବାନୀ ମୁଣ୍ଡା ଓ ସୁଲେଖା ବେହେରା। ସମସ୍ତ ଆହତଙ୍କୁ ପାଟଣା ମେଡିକାଲରେ ଭର୍ତ୍ତି କରାଯାଇ ପ୍ରାଥମିକଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।