ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼
କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତିଜଣଙ୍କ ଦୀର୍ଘ ଦିନ ଧରି ସ୍ଥାନୀୟ ଅଞ୍ଚଳରେ ବାଉଁଶ ବ୍ୟବସାୟ କରୁଥିଲେ। ତେଣୁ ଆଖପାଖ ଅଞ୍ଚଳର ବ୍ୟବସାୟୀଙ୍କ ସହ ଶତ୍ରୁତା ଥିବା […] The post ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ appeared first on Dharitri Odia News.
କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡିଛି।
ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତିଜଣଙ୍କ ଦୀର୍ଘ ଦିନ ଧରି ସ୍ଥାନୀୟ ଅଞ୍ଚଳରେ ବାଉଁଶ ବ୍ୟବସାୟ କରୁଥିଲେ। ତେଣୁ ଆଖପାଖ ଅଞ୍ଚଳର ବ୍ୟବସାୟୀଙ୍କ ସହ ଶତ୍ରୁତା ଥିବା ଅନୁମାନ କରାଯାଉଛି।
The post ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ appeared first on Dharitri Odia News.