ବାଣଫୁଟାକୁ ନେଇ ଆସିଲା ଗାଇଡ୍‌ଲାଇନ୍‌, ନିୟମ ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କେତେବେଳେ ଫୁଟାଇବେ ବାଣ, ଏନେଇ ଜାରି ହୋଇଛି ନିର୍ଦ୍ଦେଶାବଳୀ। ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି।  ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି।ସେହିପରି ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।  ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟର ୧୦୦ ମିଟରରେ ବାଣ ମନା କରାଯାଇଛି। ଧାର୍ମିକ ଅନୁଷ୍ଠାନର ଶହେ ମିଟର ପରିଧି ମଧ୍ୟରେ ବି ଫୁଟାଯିବନି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବା ମନା ହୋଇଛି। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।

ବାଣଫୁଟାକୁ ନେଇ ଆସିଲା ଗାଇଡ୍‌ଲାଇନ୍‌, ନିୟମ ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କେତେବେଳେ ଫୁଟାଇବେ ବାଣ, ଏନେଇ ଜାରି ହୋଇଛି ନିର୍ଦ୍ଦେଶାବଳୀ। ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି।  ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି।

ସେହିପରି ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।  ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟର ୧୦୦ ମିଟରରେ ବାଣ ମନା କରାଯାଇଛି। 

ଧାର୍ମିକ ଅନୁଷ୍ଠାନର ଶହେ ମିଟର ପରିଧି ମଧ୍ୟରେ ବି ଫୁଟାଯିବନି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବା ମନା ହୋଇଛି। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।