ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ଉପମୁଖ୍ୟମନ୍ତ୍ରୀ, ବଗପାଟିଆ ଅଞ୍ଚଳରେ ଲୋକଙ୍କ ସହ ଆଲୋଚନା

ରାଜନଗର ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ବିଳମ୍ବିତ ରାତି ପ୍ରାୟ ୧୨ଟା ସମୟରେ ଓଡିଶା ଉପକୂଳ ସ୍ପର୍ଶ କରିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିଛି । ଯାହା ସୂଚନା ରହିଛି ବାତ୍ୟା ରାଜନଗରର ହବେଳୀଖଟିରେ ସ୍ଥଳଭାଗ ଛୁଇଁଛି । ଏହା ଫଳରେ କିଛି ସ୍ଥାନରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କି.ମି. ରହିଥିଲା । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି ।କେନ୍ଦ୍ରାପଡାରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓଙ୍କ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖୁଛନ୍ତି ଉପମୁଖ୍ୟମନ୍ତ୍ରୀ । ବଗପାଟିଆ ଅଞ୍ଚଳରେ ପହଞ୍ଚି କ୍ଷତିଗ୍ରସ୍ତ ଲୋକଙ୍କ ସହ କେ.ଭି. ସିଂଦେଓ ଆଲୋଚନା କରୁଛନ୍ତି । କନକ ବର୍ଦ୍ଧନ ସିଂଦେଓ କହିଥିଲେ ବାତ୍ୟାରେ ବିଶେଷ ପ୍ରଭାବିତ ହୋଇଥିବା କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଓ ରାଜକନିକା ବ୍ଲକରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ । ତେବେ ବାତ୍ୟା ପରେ ତୁରନ୍ତ ରାସ୍ତାଘାଟ ଅବରୋଧ ମୁକ୍ତ କରିବା ଏବଂ ବିଦ୍ୟୁତ ସେବା ପୁନଃ ସଂସ୍ଥାପନ କରିବାକୁ ପ୍ରଶାସନ ପ୍ରାଥମିକତା ଦେଉଛି ବୋଲି ଉପ ମୁଖ୍ୟମନ୍ତ୍ରୀ ସୂଚନା

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ଉପମୁଖ୍ୟମନ୍ତ୍ରୀ, ବଗପାଟିଆ ଅଞ୍ଚଳରେ ଲୋକଙ୍କ ସହ ଆଲୋଚନା

ରାଜନଗର ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ବିଳମ୍ବିତ ରାତି ପ୍ରାୟ ୧୨ଟା ସମୟରେ ଓଡିଶା ଉପକୂଳ ସ୍ପର୍ଶ କରିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିଛି । ଯାହା ସୂଚନା ରହିଛି ବାତ୍ୟା ରାଜନଗରର ହବେଳୀଖଟିରେ ସ୍ଥଳଭାଗ ଛୁଇଁଛି । ଏହା ଫଳରେ କିଛି ସ୍ଥାନରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କି.ମି. ରହିଥିଲା । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି ।

କେନ୍ଦ୍ରାପଡାରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓଙ୍କ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖୁଛନ୍ତି ଉପମୁଖ୍ୟମନ୍ତ୍ରୀ । ବଗପାଟିଆ ଅଞ୍ଚଳରେ ପହଞ୍ଚି କ୍ଷତିଗ୍ରସ୍ତ ଲୋକଙ୍କ ସହ କେ.ଭି. ସିଂଦେଓ ଆଲୋଚନା କରୁଛନ୍ତି । 


କନକ ବର୍ଦ୍ଧନ ସିଂଦେଓ କହିଥିଲେ ବାତ୍ୟାରେ ବିଶେଷ ପ୍ରଭାବିତ ହୋଇଥିବା କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଓ ରାଜକନିକା ବ୍ଲକରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ । ତେବେ ବାତ୍ୟା ପରେ ତୁରନ୍ତ ରାସ୍ତାଘାଟ ଅବରୋଧ ମୁକ୍ତ କରିବା ଏବଂ ବିଦ୍ୟୁତ ସେବା ପୁନଃ ସଂସ୍ଥାପନ କରିବାକୁ ପ୍ରଶାସନ ପ୍ରାଥମିକତା ଦେଉଛି ବୋଲି ଉପ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l ତେବେ ବାତ୍ୟା ପରିସ୍ଥିତି ସୁଧୁରିବା ପରେ ଚାଷଙ୍କ କ୍ଷୟକ୍ଷତି ଆକଳନ କରାଯିବ । 

You Can Read:

ବାତ୍ୟା ପରର ସ୍ଥିତି ସମୀକ୍ଷା କଲେ ଉପ-ମୁଖ୍ୟମନ୍ତ୍ରୀ, କହିଲେ ପ୍ରଭାବିତ ଜିଲ୍ଲାକୁ ଅଧିକ ଫୋକସ