ବାତ୍ୟା ‘ଦାନା’କୁ ନେଇ ବଡ଼ ଖବର; ଭିତରକନିକା-ଧାମରା ଭିତରେ କରିବ ଲ୍ୟାଣ୍ଡଫଲ୍ !
ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ଲ୍ୟାଣ୍ଡଫଲ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ।
ବଡ଼ ଖବର । ବାତ୍ୟା ‘ଦାନା’କୁ ନେଇ ଆସିଲା ବଡ଼ ସୂଚନା । ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ଲ୍ୟାଣ୍ଡଫଲ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା । ବାତ୍ୟା 'ଦାନା' ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।
ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।
ଅଧିକ ପଢ଼ନ୍ତୁ: ବାତ୍ୟା ପାଇଁ ସବୁ ଛାନିଆ; ଜାଣନ୍ତୁ ବାତ୍ୟା ବେଳେ କ’ଣ କରିବେ, କିପରି ରହିବେ ସୁରକ୍ଷିତ...
#ଭିତରକନିକା_ଧାମରାରେ_ଲ୍ୟାଣ୍ଡଫଲ୍ !
ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ ସମ୍ଭାବନା । ଲ୍ୟାଣ୍ଡଫଲ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା #CycloneDana #CycloneUpdate #Odisha #OTV pic.twitter.com/IVvN7ZfrHf — ଓଟିଭି (@otvkhabar) October 23, 2024
ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୨୦ କିଲୋମିଟ ଦକ୍ଷିଣ-ଦକ୍ଷିଣ ପୂର୍ବ ଦୂରରେ କେନ୍ଦ୍ରୀଭୂତ ରହିଛି ଡିପ୍ ଡିପ୍ରେସନ୍। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ।
ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇଛି।