ବାତ୍ୟା ଦାନାର ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ
ଭୁବନେଶ୍ୱର : ବାତ୍ୟା ଦାନାର ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ । ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋତନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବାତ୍ୟା ପୂର୍ବରୁ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ଭାବେ ଅବଗତ କରାଇଥିଲେ ମୁଖ୍ୟମନ୍ତ୍ରୀ । ଏହା ସହ ଲୋକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ସୁରକ୍ଷା ବଳ, NDRF, ODRAF […] The post ବାତ୍ୟା ଦାନାର ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ appeared first on KNews Odisha.

ଭୁବନେଶ୍ୱର : ବାତ୍ୟା ଦାନାର ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ । ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋତନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବାତ୍ୟା ପୂର୍ବରୁ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ଭାବେ ଅବଗତ କରାଇଥିଲେ ମୁଖ୍ୟମନ୍ତ୍ରୀ ।
ଏହା ସହ ଲୋକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ । ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।
The post ବାତ୍ୟା ଦାନାର ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ appeared first on KNews Odisha.