ବାତ୍ୟା ପରିଚାଳନା ଉପରେ ନଜର ରଖିବା ପାଇଁ ୯ ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବାତ୍ୟା ‘ଦାନା’ର ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଛି । ପୂର୍ବରୁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ସାମ୍ବାଦିକ ସମ୍ମିଳନୀ କରି ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ସମୀକ୍ଷା କରିଥିଲେ । ଏହା ମଧ୍ୟରେ ଆଜି ଲୋକସଭା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର […]

ବାତ୍ୟା ପରିଚାଳନା ଉପରେ ନଜର ରଖିବା ପାଇଁ ୯ ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
Mohan Charan Majhi

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବାତ୍ୟା ‘ଦାନା’ର ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଛି । ପୂର୍ବରୁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ସାମ୍ବାଦିକ ସମ୍ମିଳନୀ କରି ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ସମୀକ୍ଷା କରିଥିଲେ । ଏହା ମଧ୍ୟରେ ଆଜି ଲୋକସଭା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ।

ତେବେ ବାତ୍ୟା ପାଇଁ ଆଜି ରାଜ୍ୟ ସରକାର ୬ ଜଣ ଆଇଏଏସ ଅଧିକାରୀଙ୍କୁ ୬ ଜିଲ୍ଲାର ଦାୟିତ୍ୱ ଦେଇଥିବା ବେଳେ ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ପୁଣି ନେଇଛନ୍ତି ଏକ ବଡ଼ ନିଷ୍ପତ୍ତି । ବାତ୍ୟା ‘ଦାନା’ର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ୯ ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି । ଜଗତସିଂହପୁର ପାଇଁ ସମ୍ପଦ ସ୍ୱାଇଁ, ବାଲେଶ୍ୱର ପାଇଁ ରବି ନାଏକ, ମୟୂରଭଞ୍ଜ ପାଇଁ କୃଷ୍ଣଚନ୍ଦ୍ର ମହାପାତ୍ର, ଭଦ୍ରକ ପାଇଁ ସୂରଜ ସୂର୍ଯ୍ୟବଂଶୀ, ପୁରୀ ପାଇଁ ପ୍ରଭାତୀ ପରିଡ଼ା, କେନ୍ଦ୍ରାପଡ଼ା ପାଇଁ କନକବର୍ଦ୍ଧନ ସିଂହଦେଓ, ଗଞ୍ଜାମ ପାଇଁ ବିଭୂତି ଭୂଷଣ ଜେନା, କେନ୍ଦୁଝର ପାଇଁ କୃଷ୍ଣଚନ୍ଦ୍ର ପାତ୍ର, କଟକ ପାଇଁ ପୃଥିବୀରାଜ ହରିଚନ୍ଦନଙ୍କୁ ଦାୟିତ୍ୱ ଦିଆଯାଇଛି । ଏହି ମନ୍ତ୍ରୀମାନେ ବାତ୍ୟା ପରିଚାଳନା ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।