ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍
ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଶିକ୍ଷୟିତ୍ରୀଶିକ୍ଷକମାନେ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ଅକ୍ଟୋବର ୨୩ରୁ ୨୫ ଯାଏ ବାତ୍ୟା ପ୍ରଭାବରେ ୧୪ ଜିଲାରେ ଲଗାଣ ବର୍ଷା ହୋଇପାରେ। ଏହାକୁ […] The post ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍ appeared first on Dharitri Odia News.
ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଶିକ୍ଷୟିତ୍ରୀଶିକ୍ଷକମାନେ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।
ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ଅକ୍ଟୋବର ୨୩ରୁ ୨୫ ଯାଏ ବାତ୍ୟା ପ୍ରଭାବରେ ୧୪ ଜିଲାରେ ଲଗାଣ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ହେଲେ ଆବଶ୍ୟକସ୍ଥଳେ ଜିଲା ପ୍ରଶାସନ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀଙ୍କୁ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ କରିପାରିବେ। ଜିଲା ଶିକ୍ଷାଧିକାରୀ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ କରିବେ। ଜିଲାପାଳଙ୍କ ଅନୁମତି ନ ନେଇ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀ ହେଡ୍କ୍ୱାର୍ଟର ଛାଡ଼ି ପାରିବେ ନାହିଁ। ବିଦ୍ୟାଳୟ ଗୃହଗୁଡ଼ିକୁ ଜିଲା ପ୍ରଶାସନର ଆବଶ୍ୟକତା ଅନୁଯାୟୀ ବ୍ୟବହାର କରାଯାଇପାରେ। ଜିଲା ଶିକ୍ଷାଧିକାରୀମାନେ ଆବଶ୍ୟକ ସମୟରେ ଉଚିତ ପଦକ୍ଷେପ ନେବେ।
The post ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍ appeared first on Dharitri Odia News.