ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ ଦୁଇ ଦିନ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଆବଶ୍ୟକ ଅନୁସାରେ ଡ୍ୟୁଟି ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଛି। ଦାନାର ପ୍ରଭାବ […] The post ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ appeared first on Dharitri Odia News.

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ ଦୁଇ ଦିନ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଆବଶ୍ୟକ ଅନୁସାରେ ଡ୍ୟୁଟି ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଛି। ଦାନାର ପ୍ରଭାବ କେବଳ ଓଡ଼ିଶାରେ ସୀମିତ ରହିନାହିଁ। ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମଧ୍ୟ ବାତ୍ୟା ପ୍ରକୋପ ଦେଖିବାକୁ ମିଳିଛି।

The post ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ appeared first on Dharitri Odia News.