ବାତ୍ୟା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ସ୍କୁଲ ଛୁଟି ଘୋଷଣା। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି। ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।Image Captionସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପରେ ଏହା ୨୪ ରାତି କିମ୍ବା ୨୫ ଭୋର ସମୟରେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଭୀଷଣ ଝଡ଼ ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ଓ ଝଟକା ୧୨୦ କିମି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

ବାତ୍ୟା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ସ୍କୁଲ ଛୁଟି ଘୋଷଣା। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି। 

ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।

Image Caption

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। 

ପରେ ଏହା ୨୪ ରାତି କିମ୍ବା ୨୫ ଭୋର ସମୟରେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଭୀଷଣ ଝଡ଼ ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ଓ ଝଟକା ୧୨୦ କିମି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।