ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି। ମଙ୍ଗଳବାର କୌଣସି ଜିଲାକୁ ସତର୍କ ସୂଚନ ନ ଥିଲା […] The post ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ appeared first on Dharitri Odia News.

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି।

ମଙ୍ଗଳବାର କୌଣସି ଜିଲାକୁ ସତର୍କ ସୂଚନ ନ ଥିଲା ବେଳେ ବୁଧବାରରୁ ଗୁରୁବାର ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଏବଂ ପୁରୀ ଜିଲାରେ ବିଜୁଳି ଘଡଘଡି ସହିତ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ତେବେ ଗୁରୁବାରରୁ ଶୁକ୍ରବାର ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରରେ କିଛି ସ୍ଥାନରେ ଅତ୍ୟଧିକ ମାତ୍ରାରେ ବର୍ଷା ତଥା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ୍ ୱାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଂଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡା, ଦେଓଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଗଜପତି, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିଭଳି ଶୁକ୍ରବାରରୁ ଶନିବାର ପାଇଁ କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ୍ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡା ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

The post ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ appeared first on Dharitri Odia News.