ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ୧୮୨ ଉଦ୍ଧାରକାରୀ ଟିମ୍ ମୁତୟନ ହୋଇଥିବେଳେ ଅତ୍ୟାଧୁନିକ ଯନ୍ତ୍ରପାତି ଯୋଗାଇ ଦିଆଯାଇଛି। ଏହାବ୍ୟତୀତ ଆଉ ୧୦ଟି ଟିମ୍ ଭୁବନେଶ୍ୱରରେ ସଜାଗ ରହିଛନ୍ତି। ସନ୍ଧ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ […] The post ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ୧୮୨ ଉଦ୍ଧାରକାରୀ ଟିମ୍ ମୁତୟନ ହୋଇଥିବେଳେ ଅତ୍ୟାଧୁନିକ ଯନ୍ତ୍ରପାତି ଯୋଗାଇ ଦିଆଯାଇଛି। ଏହାବ୍ୟତୀତ ଆଉ ୧୦ଟି ଟିମ୍ ଭୁବନେଶ୍ୱରରେ ସଜାଗ ରହିଛନ୍ତି।
ସନ୍ଧ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ସନ୍ଧ୍ୟାରୁ ବର୍ଷାର ମାତ୍ରା ବଢ଼ିବ। ପ୍ରଭାବିତ ଜିଲାରୁ ୧୦ରୁ ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ ଲକ୍ଷ୍ୟ ରଖାଯାଇଛି। ଗ୍ରାଉଣ୍ଡରେ ଅଧିକାରୀ ଅଛନ୍ତି, ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଥିବା ମନ୍ତ୍ରୀ କହିଛନ୍ତି।
ରିଲିଫ କେନ୍ଦ୍ରରେ ସବୁ ସୁବିଧା ଯୋଗାଇ ଦିଆଯିବ। ଯେଉଁ ଜାଗାରେ ବାତ୍ୟା ପ୍ରଭାବ ରହିବ, ସେ ସବୁ ସ୍ଥାନର ଲୋକଙ୍କୁ ଘର ଛାଡି ରିଲିଫ କେନ୍ଦ୍ରକୁ ଆସିବାକୁ ରାଜସ୍ୱ ଏବଂ ବିପର୍ଯ୍ୟୟ ମନ୍ତ୍ରୀ ନିବେଦନ କରିଛନ୍ତି। ଘର ନିରାପତ୍ତା ପାଇଁ ଗାଁଗୁଡ଼ିକ ପୋଲିସ ଦାୟିତ୍ୱରେ ରହିବ। ‘ଦାନା’ ଧାମରା ପାଖାପାଖି ଲ୍ୟାଣ୍ଡ ଫଲ୍ କରିବ। ଲୋକଙ୍କୁ ସବୁ ସୁବିଧା ସୁଯୋଗ ଯୋଗାଇ ଦିଆଯିବ।
The post ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.