ବାତ୍ୟା ଲ୍ୟାଣ୍ଡଫଲ୍ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି
ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ ତଥ୍ୟ ଗଣମାଧ୍ୟମକୁ ଦେଇଛନ୍ତି। ୨୪ ରାତିରୁ ୨୫ ସକାଳ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବାକୁ ଥିବା ବେଳେ ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ। ବିଶେଷକରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୁଳରେ ଜୁଆର ଆସିବ। ଏହି ୩ ଜିଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଜଗତସିଂହପୁର […] The post ବାତ୍ୟା ଲ୍ୟାଣ୍ଡଫଲ୍ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି appeared first on Dharitri Odia News.
ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ ତଥ୍ୟ ଗଣମାଧ୍ୟମକୁ ଦେଇଛନ୍ତି। ୨୪ ରାତିରୁ ୨୫ ସକାଳ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବାକୁ ଥିବା ବେଳେ ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ।
ବିଶେଷକରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୁଳରେ ଜୁଆର ଆସିବ। ଏହି ୩ ଜିଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଜଗତସିଂହପୁର ଜିଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିବାକୁ ଥିବା ବେଳେ ଉକ୍ତ ଜିଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡ଼ିଯିବ। ନଦୀରେ ପ୍ରାୟ ୩ କିମି ଉପର ଯାଏଁ ଜୁଆର ଆସିପାରେ। ତେବେ ଲ୍ୟାଣ୍ଡଫଲ୍ ପରେ ଟିକେ ସାମାନ୍ୟ ଦିଗ ବଦଳାଇବି ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।
ଏଥିସହିତ ସେ ସୂଚନା ଦେଇଛନ୍ତି ଯେ, ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ। ତେବେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନ ହେଉଛି ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବନି। ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ଯେହେତୁ ବାତ୍ୟା ‘ଦାନା’ ଭୀଷଣ ବାତ୍ୟାରେ ସୀମିତ ଥିବାରୁ ଏହାର ଆଖି ସୃଷ୍ଟି ହେବନାହିଁ। ପୂର୍ବାନୁମାନ ଅନୁସାରେ ବାତ୍ୟାର ତୀବ୍ରତା ରହିବ, ଆଉ ବଢ଼ିବ ନାହିଁ।
The post ବାତ୍ୟା ଲ୍ୟାଣ୍ଡଫଲ୍ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି appeared first on Dharitri Odia News.