ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଏହି ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ […] The post ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ appeared first on Dharitri Odia News.
ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଏହି ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ।
ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇ କହିଥିଲେ। ମନ୍ତ୍ରୀ କହିଥିଲେ, ଜିଲାପାଳମାନଙ୍କୁ ଏଥିପାଇଁ ଅଧିକାର ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବେ। ଯେଉଁଠି ଆବଶ୍ୟକ ପଡ଼ିବ, ଜିଲାପାଳ ସ୍କୁଲ ଛୁଟି ଘୋଷଣା କରିପାରିବେ।
The post ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ appeared first on Dharitri Odia News.