ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ଏହାର ପ୍ରଭାବରେ ୭ […] The post ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି ।
ଏହାର ପ୍ରଭାବରେ ୭ ଜିଲାରେ ପ୍ରବଳ ବର୍ଷା ହେବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଜିଲାକୁ ରେଡ ଆର୍ଲଟ ଜାରି ହୋଇଥିବା ବେଳେ । ମୟୂରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି।
ସେହିପରି ୬ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ନିଂ ଥିବା ବେଳେ ପୁରୀ ଓ ନୟାଗଡ଼ ଜିଲକୁ ମଧ୍ୟ ଅରେଞ୍ଜ ୱାର୍ନିଂ ଜାରି ହୋଇଛି।
ଗୁରୁବାର ସକାଳେ ହେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ।୨୪ ରାତି ଓ ୨୫ ସକାଳ ଭିତରେ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ବୀପ ଭିତରେ ଉପକୂଳ ପାର କରିବ ଭୀଷଣ ବାତ୍ୟା। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ। ୭ଟି ଜିଲାରେ ଗୁରୁବାର ଏବଂ ଶୁକ୍ରବାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବେଗରେ ପବନ ବହିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୨୦ କିମି ରହିପାରେ।
ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କିଲୋମିଟର ରହିପାରେ। ମୟୂରଭଞ୍ଜ ୮୦-୯୦ ଓ ପୁରୀରେ ପବନରେ ବେଗ ରହିପାରେ ୬୦-୮୦ କିଲୋମିଟର।
ସେହିପରି କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୬୦-୭୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି ।ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ।
The post ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ appeared first on Dharitri Odia News.