ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଲୋକାର୍ପିତ ହୋଇଛି ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲ। ଏହି ଅତ୍ଯାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ସବୁଠାରୁ ବଡ଼ ବସ୍ ଟର୍ମିନାଲକୁ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିବା ପରେ ବସ ଟର୍ମିନାଲ ବୁଲି ଦେଖିବା ସହ ବସ୍‌ ଚଳାଚଳକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ଅତ୍ୟାଧୁନିକ […]

ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Babasaheb Bhim Rao Ambedkar Bus Terminal inaugurated by CM Naveen Patnaik

ଭୁବନେଶ୍ବର : ଲୋକାର୍ପିତ ହୋଇଛି ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲ। ଏହି ଅତ୍ଯାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ସବୁଠାରୁ ବଡ଼ ବସ୍ ଟର୍ମିନାଲକୁ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିବା ପରେ ବସ ଟର୍ମିନାଲ ବୁଲି ଦେଖିବା ସହ ବସ୍‌ ଚଳାଚଳକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି । ବସଷ୍ଟାଣ୍ଡରେ ଯାତ୍ରୀଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ ହେବ । ଯାତ୍ରୀଙ୍କ ରହଣୀ ପାଇଁ ବିଶ୍ରାମ ସ୍ଥାନଠାରୁ ଆରମ୍ଭ କରି ଲିଫ୍ଟ, ଏସ୍କେଲେଟର, ଟିକେଟ କାଉଂଟର, ଏଟିଏମ୍, କୋରିୟର ସେବା, ପୁଲିସ ଆଉଟପୋଷ୍ଟ, ଫୁଡ଼ କୋର୍ଟ, ଲଗେଜ ସ୍କାନର, କରିଡ଼ର, ଶୌଚାଳୟ ସମେତ ଭିନ୍ନକ୍ଷମଙ୍କ ପାଇିଁ ସ୍ୱତନ୍ତ୍ର ସୁବିଧା କରାଯାଇଛି ।

BSABT ବରମୁଣ୍ଡାର କୋଣ ଅନୁକୋଣରେ ହାଇଟେକ୍‌‌ ବ୍ୟବସ୍ଥା କରାଯାଇଛି। ଫୁଡ୍‌‌ କୋର୍ଟ ସହ ବୈଦ୍ୟୁତିକ ସିଡ଼ି, ଲିଫ୍ଟ ଲଗାଯାଇଛି। ଯାତ୍ରୀଙ୍କୁ ସୂଚନା ଲାଗି ଅତ୍ୟାଧୁନିକ ଏଲଇଡି ସ୍କ୍ରିନରେ ବସ୍‌‌ ସମ୍ପର୍କିତ ସବିଶେଷ ତଥ୍ୟ ମିଳିବ। ଗାଁଠାରୁ ଆରମ୍ଭ କରି ପଞ୍ଚାୟତ, ବ୍ଲକ ଓ ସଦର ମହକୁମାକୁ ଯିବା ପାଇଁ ବସର ସମସ୍ତ ବିବରଣୀ ଏହି ଏଲ୍‌‌ଇଡି ସ୍କ୍ରିନରେ ପ୍ରଦାନ କରାଯିବ। ଲିଫ୍ଟ, ଏସ୍କାଲେଟରରେ ଗୋଟିଏ ମହଲାରୁ ଅନ୍ୟ ମହଲାକୁ ସହଜରେ ଯିବା ଆସିବା ଲାଗି ବ୍ୟବସ୍ଥା ରହିଛି। ଯାତ୍ରୀଙ୍କ ଲାଗି ଶୀତତାପ ନିୟନ୍ତ୍ରିତ କୋଠରୀ ରହିଛି।। ଗୋଟିଏ ଛାତ ତଳେ ଯାତ୍ରୀଙ୍କୁ ଫ୍ରଣ୍ଟ ଅଫିସରୁ ଆରମ୍ଭ କରି ମେଡିକାଲ୍‌‌, ଏଟିଏମ୍‌‌, ଆହାର କେନ୍ଦ୍ର ଭଳି ସେବା ମିଳିଛି।

ବସ୍‌‌ ଟର୍ମିନାଲରେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆହାର ପ୍ଲସ୍‌‌ କେନ୍ଦ୍ର ତିଆରି ହୋଇଛି। ସାଧାରଣ ଆହାର କେନ୍ଦ୍ର ତୁଳନାରେ ଏହା ଯଥେଷ୍ଟ ଉନ୍ନତମାନର ରହିଛି। ସେହିପରି ଶୀତତାପ ନିୟନ୍ତ୍ରିତ କୋଠରୀରେ ଷ୍ଟାର୍‌‌ ହୋଟେଲ୍‌‌ ଭଳି ସୁବିଧା ମିଳିବ। ଏହାସାଙ୍ଗକୁ ଯାତ୍ରୀଙ୍କୁ ମିଶନଶକ୍ତି କାଫେ, ଓର‌ମାସ ଓ ମିଲେଟ୍‌‌ କାଫେରେ ମା’ ହାତ ତିଆରି ଖାଦ୍ୟ ଖାଇବାକୁ ମିଳିବ। ଏହାସହ ଅପେକ୍ଷାରତ ଶିଶୁଙ୍କ ପାଇଁ କ୍ରୀଡ଼ାଙ୍ଗନ ରହିଥିବାବେଳେ ବାବା ସାହେବ ଭୀମ ରାଓ ଆମ୍ୱେଦକରଙ୍କ ଖୋଦେଇ ପ୍ରତିମୂର୍ତ୍ତି ରହିଛି। କାନ୍ଥବାଡ଼ରେ କଳା ସଂସ୍କୃତିର ଝଲକ ଦେଖିବାକୁ ମିଳୁଛି।

ଯାତ୍ରୀଙ୍କ ସୁରକ୍ଷା ପାଇଁ ପୁଲିସ ଫାଣ୍ଡି ତିଆରି ହୋଇଛି। ବେସମେଣ୍ଟରେ ୧୧୫ କାର୍‌‌ ପାର୍କିଂ ପାଇଁ ସ୍ଥାନ ସଂରକ୍ଷିତ ରହିଛି। ଟର୍ମିନାଲରେ ୫୦ ବସ୍‌‌ ରହିବା ସହ ୨୦୦ ବସ୍‌‌ ରହଣି ପାଇଁ ପାର୍କିଂ ସ୍ପେସର ବ୍ୟବସ୍ଥା ହୋଇଛି। ସିଟିବସ୍‌‌ ପାଇଁ ୫ସ୍ଥାନ ସଂରକ୍ଷିତ ରଖାଯିବାର ବ୍ୟବସ୍ଥା ହୋଇଛି। ଦୁଇଚକିଆ ଯାନ ପାର୍କିଂ ପାଇଁ ମଧ୍ୟ ସ୍ୱତନ୍ତ୍ର ସ୍ଥାନ ରହିଛି। ସ୍ୱତନ୍ତ୍ର ରାସ୍ତା ସହ ବସ୍‌‌ ପ୍ରବେଶ ଓ ପ୍ରସ୍ଥାନ ଗେଟ୍‌‌ ଅଲଗା ଅଲଗା କରାଯାଇଛି। ଗତମାସ ଦ୍ବିତୀୟ ସପ୍ତାହରେ 5T ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ବର ବସ ଟର୍ମିନାଲ ନବୀକରଣ କାମର ସମୀକ୍ଷା କରିଥିଲେ। ପେବୃଆରୀ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ମୁତାବକ ଠିକ୍ ସମୟରେ ଏହି କାମ ସରିଛି ଏବଂ ଆଜି ଲୋକାର୍ପିତ ହୋଇଛି।