ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ […] The post ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି । ଏହା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍ସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି।
The post ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.