ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୮ା୨: ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ ତଥା ଅଭିନେତା ବାବୁସାନଙ୍କ ସହିତ କଥା ହୋଇ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଅଭିନେତାଙ୍କ ସହିତ ଅତ୍ୟନ୍ତ ଭଲ ସମ୍ପର୍କ ଥିଲା ଏବଂ ତାଙ୍କ ଅନେକ ସିନେମା ତାଙ୍କୁ ପ୍ରଭାବିତ କରିଛି। ତାଙ୍କ ମରଶରୀର ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଦିଗରେ ସମସ୍ତ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ […] The post ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ appeared first on Dharitri Odia News.

ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୮ା୨: ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ ତଥା ଅଭିନେତା ବାବୁସାନଙ୍କ ସହିତ କଥା ହୋଇ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଅଭିନେତାଙ୍କ ସହିତ ଅତ୍ୟନ୍ତ ଭଲ ସମ୍ପର୍କ ଥିଲା ଏବଂ ତାଙ୍କ ଅନେକ ସିନେମା ତାଙ୍କୁ ପ୍ରଭାବିତ କରିଛି। ତାଙ୍କ ମରଶରୀର ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଦିଗରେ ସମସ୍ତ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖମନ୍ତ୍ରୀ ବାବୁସାନଙ୍କୁ କହିଛନ୍ତି ।

The post ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ appeared first on Dharitri Odia News.