ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ଡଲଫିନ୍ ବସ୍‌ : ଚାଳକ ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ

ଅନୁଗୁଳ : ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା  ଯାତ୍ରୀବାହୀ ଡଲଫିନ୍ ବସ୍‌। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ଆହତ ମାନଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା ଏନ୍ଏଚ୍ ୫୫ ଜରପଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ରାୟପୁରରୁ ପୁରୀ ଅଭିମୁଖେ ଯାଉଥିବା ଯା୍ତ୍ରୀବାହୀ […]

ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା ଡଲଫିନ୍ ବସ୍‌ : ଚାଳକ ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ
Driver death over 20 passengers injured in a busaccident in Angul

ଅନୁଗୁଳ : ବାଲି ବୋଝେଇ ହାଇୱାକୁ ଧକ୍କା ଦେଲା  ଯାତ୍ରୀବାହୀ ଡଲଫିନ୍ ବସ୍‌। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ଆହତ ମାନଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା ଏନ୍ଏଚ୍ ୫୫ ଜରପଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ରାୟପୁରରୁ ପୁରୀ ଅଭିମୁଖେ ଯାଉଥିବା ଯା୍ତ୍ରୀବାହୀ ଡଲଫିନ୍ ବସ୍ ଜରପଡ଼ା ଛକ ନିକଟରେ ରାତି ପ୍ରାୟ ସାଢେ ୩ଟା ବେଳେ ଏକ ବାଲି ବୋଝେଇ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭରର ମୃତ୍ୟୁ ଘଟିଛି। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସ୍‌ଟି ଏତେ ଜୋରରେ ଧକ୍କା ହୋଇଥିଲା ଯେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।