ବାଲିଗୁଡ଼ାରେ ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାଠାରେ ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୁନ ପରିବେଷଣ କରାଯାଇଥିଲା। ସକାଳ ୭ଟାରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା […] The post ବାଲିଗୁଡ଼ାରେ ପତାକା ଉତ୍ତୋଳନ କଲେ ଉପଜିଲାପାଳ appeared first on Dharitri Odia News.

ବାଲିଗୁଡ଼ାରେ ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାଠାରେ ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୁନ ପରିବେଷଣ କରାଯାଇଥିଲା।

ସକାଳ ୭ଟାରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ଉପଜିଲାପାଳ ତଥା ଉତ୍ସବ ପାଳନ କମିଟି ସଭାପତି ଡଃ.ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ବାଧିନ ପାଇଁ ଶହୀଦ ହୋଇଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ।

ପରେ ପେରେଡ ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତିର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ କରାଯାଇଥିଲା।

ସାରେ ସ୍ଥାନୀୟ ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା l ଉତ୍ସବରେ ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଧିରଜ କୁମାର ପାତ୍ର ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡ଼େଇ, ବ୍ରଜବନ୍ଧୁ ସାହାଣୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

The post ବାଲିଗୁଡ଼ାରେ ପତାକା ଉତ୍ତୋଳନ କଲେ ଉପଜିଲାପାଳ appeared first on Dharitri Odia News.