ବାଲିଗୁଡାରେ ୮୯ ତମ ଉତ୍କଳ ଦିବସ ପାଳିତ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସାଂସ୍କୃତିକ ଅନୁଷ୍ଠାନ ପରିସରରେ ୮୯ ତମ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏ ନେଇ ବାଲିଗୁଡା ବ୍ଲକ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପ୍ରଥମେ ଶ୍ରୀଜଗନ୍ନାଥଙ୍କ ଫଟୋ ଚିତ୍ର ସମେତ ଉତ୍କଳର ବରପୁତ୍ର ମାନଙ୍କର […] The post ବାଲିଗୁଡାରେ ୮୯ ତମ ଉତ୍କଳ ଦିବସ ପାଳିତ appeared first on Odisha.News.

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସାଂସ୍କୃତିକ ଅନୁଷ୍ଠାନ ପରିସରରେ ୮୯ ତମ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏ ନେଇ ବାଲିଗୁଡା ବ୍ଲକ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପ୍ରଥମେ ଶ୍ରୀଜଗନ୍ନାଥଙ୍କ ଫଟୋ ଚିତ୍ର ସମେତ ଉତ୍କଳର ବରପୁତ୍ର ମାନଙ୍କର ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜଳନ କରିବା ପରେ ଏକ ସଭାର ଆୟୋଜନ ହୋଇଥିଲା l ଉକ୍ତ ସଭାରେ ପ୍ରଧାନ ଶିକ୍ଷକ ଶ୍ରୀ ପଣ୍ଡା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଓଡ଼ିଶାର ବିଭିନ୍ନ ବରପୁତ୍ର ମାନଙ୍କ ନିଷ୍ଠାପର ଉଦ୍ୟମ ଫଳରେ ସ୍ବତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା l ଓଡ଼ିଆ ଭାବେ ଗର୍ବ କରିବା ସହ ମାତୃଭୂମି ଓ ମାତୃଭାଷାକୁ ଭଲ ପାଇବା ସହ ଓଡ଼ିଆ ଜାତିର ସ୍ୱାଭିମାନକୁ ସର୍ବଦା ବଜାୟ ରଖିବା ନିମନ୍ତେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଜଣାଇଥିଲେ।
The post ବାଲିଗୁଡାରେ ୮୯ ତମ ଉତ୍କଳ ଦିବସ ପାଳିତ appeared first on Odisha.News.