ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ ଅନୁଧ୍ୟାନ କରି ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ଯାଏ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ କରିପାରିବେ। ଏନେଇ ଜିଲାପାଳ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା […] The post ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ appeared first on Dharitri Odia News.

ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ ଅନୁଧ୍ୟାନ କରି ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ଯାଏ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ କରିପାରିବେ। ଏନେଇ ଜିଲାପାଳ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ।

ପରେ ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍‌ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍‌ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।

The post ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ appeared first on Dharitri Odia News.