ବାଲେଶ୍ୱରରେ ଜୁନ୍ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ
ବାଲେଶ୍ୱର,୨୦।୬(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଟା ଜାରି ରହିଛି। ଗୁରୁବାର ଇଣ୍ଟରନେଟ୍ ସେବା ବନ୍ଦକୁ ଜୁନ୍ ୨୨ ସକାଳ ୧୦ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ ସାମାନ୍ୟ କୋହଳ ଥିଲା। ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ […] The post ବାଲେଶ୍ୱରରେ ଜୁନ୍ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ appeared first on Dharitri Odia News.
ବାଲେଶ୍ୱର,୨୦।୬(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଟା ଜାରି ରହିଛି। ଗୁରୁବାର ଇଣ୍ଟରନେଟ୍ ସେବା ବନ୍ଦକୁ ଜୁନ୍ ୨୨ ସକାଳ ୧୦ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜିଠାରୁ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ ସାମାନ୍ୟ କୋହଳ ଥିଲା। ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ସ୍କୁଲ, କଲେଜ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ବାଲେଶ୍ୱରରେ ୫ କମ୍ପାନୀ ବିଏସ୍ଏଫ୍ ଫୋର୍ସ ପହଞ୍ଚିଛନ୍ତି।
ନାଳରେ ପ୍ରବାହିତ ଲାଲ୍ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ। ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍ଜିଦ୍ ଓ ପାତ୍ରପଡାସ୍ଥିତ ମସ୍ଜିଦ୍ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ।
The post ବାଲେଶ୍ୱରରେ ଜୁନ୍ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ appeared first on Dharitri Odia News.